ଫଟୋ ପରିଚୟପତ୍ର ଦେଖାଇ ଭୋଟ ଦେଇପାରିବେ ଭୋଟର

ଭୁବନେଶ୍ୱର: ଭାରତରେ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଭୋଟର ତାଲିକାରେ ନାମ ପଞ୍ଜିକରଣ ହୋଇଥ#ଲେ ଭୋଟର ଭୋଟ ଗ୍ରହଣ କେନ୍ଦ୍ରରେ ଭୋଟର ଫଟୋ ପରିଚୟ ପତ୍ର ଦେଖାଇ ଭୋଟ ଦେଇପାରିବୋ ଯଦି ଭୋଟର ଫଟୋ ପରିଚୟ ପତ୍ର ଦେଖାଇବାକୁ ସମର୍ଥ ନହେବେ ତେବେ ନିମ୍ନ ନିର୍ଦ୍ଧାରିତ ୧୨ଟି ବିକଳ୍ପ ଫଟୋ ପରିଚୟ ପତ୍ର ମଧ୍ୟରୁ ଗୋଟିଏ ଦେଖାଇ ଭୋଟ ଦେଇପାରିବୋ ଉକ୍ତ ବିକଳ୍ପ ପରିଚୟ ପତ୍ରଗୁଡ଼ିକ ହେଲା ଆଧାର କାର୍ଡ, ମହାତ୍ମା ଗାନ୍ଧୀ ଜାତୀୟ ରୋଜଗାର ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ମନରେଗା) କାର୍ଡ, ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରୁ ଦିଆଯାଇଥିବା ଫଟୋ ଲାଗିଥିବା ପାସବୁକ, ଶ୍ରମ ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ସ୍ୱାସ୍ଥ୍ୟବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ୍ କାର୍ଡ, ଏନପିଆର୍ ଅନ୍ତର୍ଗତ ଆରଜିଆଇ ଦ୍ୱାରା ଦିଆଯାଇଥିବା ସ୍ମାର୍ଟ କାର୍ଡ, ଭାରତୀୟ ପାସ୍ପୋର୍ଟ, ଫଟୋ ସହିତ ପେନସନ ଡକ୍ୟୁମେଣ୍ଟ, କେନ୍ଦ୍ର ସରକାର/ରାଜ୍ୟ ସରକାର/ ସରକାରୀ ଉଦ୍ୟୋଗ/ ପବ୍ଲିକ୍ ସେକ୍ଟର ଅଣ୍ଡରଟେକିଂ/ ପବ୍ଲିକ୍ ଲିମିଟେଡ୍ କମ୍ପାନୀ ତରଫରୁ କର୍ମଚାରୀମାନଙ୍କୁ ପ୍ରଦାନ କରାଯାଇଥିବା ଫଟୋ ଲାଗିଥିବା ପରିଚୟ ପତ୍ର, ସାଂସଦ/ବିଧାୟକ/ବିଧାନ ପରିଷଦ ସଦସ୍ୟଙ୍କୁ ପ୍ରଦାନ କରାଯାଇଥିବା ସରକାରୀ ପରିଚୟ ପତ୍ର, ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ତରଫରୁ ପ୍ରଦାନ କରାଯାଇଥିବା ୟୁନିକ୍ ଡିଜାବିଲିଟି ପରିଚୟ ପତ୍ର (ସ୍ୱତନ୍ତ୍ର ଭିନ୍ନକ୍ଷମ ପରିଚୟ ପତ୍ର)।

ଭୋଟର ଫଟୋ ପରିଚୟ ପତ୍ର ଦେଖାଇ ନପାରିଲେ ଉପରୋକ୍ତ ୧୨ଟି ଫଟୋ ପରିଚୟ ପତ୍ର ମଧ୍ୟରୁ ଯେକୌଣସି ଗୋଟିଏ ପରିଚୟ ପତ୍ର ଦେଖାଇ ମତଦାନ କେନ୍ଦ୍ରରେ ମତଦାତାମାନେ ଭୋଟ ଦେଇପାରିବେ ବୋଲି ଭାରତ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧ#କାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *